ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ):ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଆସନ୍ତା ୨ ତାରିଖରେ ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରେ ରହୁଥିବା ଓଡ଼ିଶାବାସୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ।ସେପଟେ ପଶ୍ଚିମ ଏସିଆ ସଂକଟକୁ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱସନା । ଯୁଦ୍ଧ ପରିସ୍ଥିତି ପ୍ରଭାବକୁ ନେଇ ମୁଁ ସମୀକ୍ଷା କରିଛି । ପୂର୍ବରୁ ବିଭାଗୀୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଯୋଗାଣ ଏବଂ ନଗର ଉନ୍ନୟନ ବିଭାଗ ସଚିବ ସମୀକ୍ଷା କରିଛନ୍ତି ।
କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଆମେ ସଜାଗ ଅଛୁ । ଭୟଭୀତ ହୁଅନ୍ତୁ ନାହିଁ ବୋଲି ରାଜ୍ୟବାସୀଙ୍କୁ ଆଶ୍ୱାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।





