ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ ଏନଡିଏର ଉପ ରାଷ୍ଟ୍ରପତି ପ୍ରାର୍ଥୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ ଏନଡିଏର ଉପ ରାଷ୍ଟ୍ରପତି ପ୍ରାର୍ଥୀ । ଧନଖଡ ବର୍ତ୍ତମାନ ପଶ୍ଚିମବଙ୍ଗର ରାଜ୍ୟପାଳ ଅଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶନିବାର ସାମ୍ବାଦିକ ସମ୍ମିଳନୀରେ ଏହାର ଘୋଷଣା କରିଛନ୍ତି। ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେପଟେ ଏହା ପୂର୍ବରୁ ଦିଲ୍ଲୀରେ ସଂସଦୀୟ ବୋର୍ଡର ବୈଠକ ବସିଥିଲା।

ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ, ନୀତିନ ଗଡକରୀ, ରାଜନାଥ ସିଂହ ଏବଂ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଯୋଗ ଦେଇଥିଲେ। ଆଲୋଚନା ପରେ ଧନଖଡଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା।

Related Posts