୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ବଢ଼ୁଛି ସଂକ୍ରମିତ ଙ୍କ ସଂଖ୍ୟା । ଉପର ମୁହାଁ ରହିଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୦୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୪୦୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୧୫୩୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୪୩୧୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ ରାଜ୍ୟରେ ସଂକ୍ରମଣ ବଢୁଥିବା ନେଇ କଟକ ଓ ଭୁବନେଶ୍ବର ରେ ମାଷ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

Related Posts