ଟୁଇନ୍ ସିଟିରେ ଘନ କୁହୁଡି; ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୦/୧(ସତ୍ୟପାଠ ବ୍ୟୁରୋ): ଶୀତ ସାଙ୍ଗକୁ ଘନ କୁହୁଡ଼ି ରେ ଆଚ୍ଛାଦିତ ରାଜଧାନୀ। ଆଜି ଭୁବନେଶ୍ୱରରେ କୁହୁଡ଼ିର ଆସନ୍ତରଣ ରହିବା ସହ ଯାତାୟାତ ବାଧାପ୍ରାପ୍ତ ହୋଇଛି। କଟକରେ ମଧ୍ୟ ସମାମନ ସ୍ଥିତି ଦେଖିବାକୁ ମିଳିଛି । ଆଜି ୨୨ଟି ଜିଲ୍ଲାରେ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣି ଜାରି କରିଥିଲା ପାଣିପାଗ ବିଭାଗ । ଝାରସୁୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼କୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି।

ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀରରେ ମଧ୍ୟମରୁ ଘନ କୁହୁଡ଼ି ନେଇ ସତର୍କତା ଜାରି ହୋଇଥିଲା । ସେହିପରି ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ।

Related Posts