ଘନକୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ଏବେ ଶୀତର ପ୍ରକୋପ କମିବା ଆରମ୍ଭ ହୋଇଛି। ଆସନ୍ତା ୨ ଦିନରେ ରାତ୍ରି ତାପମାତ୍ରା ୩ ଡିଗ୍ରି ବଢ଼ିବାର ସମ୍ଭାବନା ରହିଛି। ଏହା ପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆସନ୍ତାକାଲି ସକାଳେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।

ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ଆସନ୍ତା ୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ୪ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related Posts