
ଭୁବନେଶ୍ୱର: ରାଜ୍ୟର ଆକାଶ ମେଘୁଆ ରହିଛି। ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଦକ୍ଷିଣ-ଉତ୍ତରପ୍ରଦେଶ, ବିହାର ମଧ୍ୟ ଦେଇ ଉତ୍ତର-ବଙ୍ଗଳାଦେଶ ଯାଏଁ ପୂର୍ବ-ପଶ୍ଚିମ ଭାବେ ବାୟୁମଣ୍ଡଳରେ ୦.୯ କିମି ଯାଏଁ ଲମ୍ବିଥିବା ନିମ୍ନ ଚାପ ରେଖା ତଥା ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୧.୫ କିମି ଉଚ୍ଚତାରେ ଥିବା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଏହାର ପ୍ରଭାବରେ ଆକାଶ ମେଘୁଆ ରହିବା ସହ ତାପମାତ୍ର କମ୍ ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୩୧ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।
ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୦ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।