ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବରେ ଯୋଗୀ ଆଦିତ୍ୟନାଥ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଆଦି ଉପସ୍ଥିତ ଥିଲେ । ତେବେ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି ।

ଏହା ମଧ୍ୟରେ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଆନନ୍ଦୀବେନ ପଟେଲ ତାଙ୍କୁ ଗୋପନୀୟତାର ସହ ଶପଥ ପାଠ କରାଇଥିଲେ । କେବଳ ଏତିକି ନୁହେଁ ବରଂ ଏହି ଶପଥ ଗ୍ରହଣ ସମାରୋହରେ ୫୨ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବାର ଯୋଜନା ରହିଛି । ଏ ଖବର ସାମ୍ନାକୁ ଆସିବା ପରେ ଦେଶର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।