ପୁରୀରେ ଯୁବକଙ୍କୁ ଛୁରାମାଡ଼ ମାମଲା; ମୁଖ୍ୟ ଅଭିଯୁକ୍ତ ସମେତ ତିନି ଗିରଫ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପୁରୀରେ ଯୁବକଙ୍କୁ ଛୁରାମାଡ଼କୁ ନେଇ ସାରା ରାଜ୍ୟରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିବାରେ ଲାଗିଛି । ସେପଟେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ଗିରଫ କଲା ପୋଲିସ । ମୁଖ୍ୟ ଅଭିଯୁକ୍ତ ଗୋଖା ସାହିର ଦୁପୁନା ବେହେରା ସହ ବିଭୁନା ଭୋଇ ଓ ଶିବୁନା ପାତ୍ର ଗିରଫ ।

ଆଜି ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯିବା ନେଇ ପୋଲିସର ପକ୍ଷରୁ ସୂଚନା ମିଳିଛି । ଖବର ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବଡଦାଣ୍ଡ ମାଉସୀ ମା ମନ୍ଦିର ସମ୍ମୁଖରେ ଛୁରାମାଡରେ ସୂର‌୍ୟ୍ୟନାରାୟଣ ତ୍ରିପାଠୀ ନାମକ ଯୁବକ ଗୁରୁତର ହୋଇଥିଲେ । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts